ଆୟୁବ 14

ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ।

Job 14:17 (UKJV) My transgression is sealed up in a bag, and you sew up mine iniquity.

15ତେବେ ତୁମ୍ଭେ ଡାକିବ ଓ ମୁଁ ତୁମ୍ଭକୁ ଉତ୍ତର ଦେବି; ତୁମ୍ଭେ ଆପଣା ହସ୍ତକୃତ କର୍ମ ପ୍ରତି କରୁଣା କରିବ।

16ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁ ନାହଁ?

17ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ।

18ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;

19ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଲାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.