1ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।
2ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।
3ଆଉ, ତୁମ୍ଭେ ଏପରି ଜଣକ ଉପରେ କʼଣ ଆପଣା ଦୃଷ୍ଟି ରଖୁଅଛ ଓ ଆପଣା ନିକଟକୁ ବିଚାରାର୍ଥେ କʼଣ ମୋତେ ଆଣୁଅଛ?
4ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।
5ତାହାର ଦିନସବୁ ନିର୍ଣ୍ଣୀତ, ତାହାର ମାସ-ସଂଖ୍ୟା ତୁମ୍ଭଠାରେ ଅଛି ଓ ତୁମ୍ଭେ ତାହାର ସୀମା ନିରୂପଣ କରିଅଛ, ଏଣୁ ସେ ତାହା ଲଙ୍ଘନ କରିପାରେ ନାହିଁ?