8ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ?
9ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?
10ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।
11ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
12ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ