11ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
12ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ
13ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?
14ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?
15ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।