14ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?
15ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।
16ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
17ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
18ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି ଓ ଗୁପ୍ତ କରି ନାହାନ୍ତି;