16ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
17ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
18ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
19କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
20ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।