17ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
18ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି ଓ ଗୁପ୍ତ କରି ନାହାନ୍ତି;
19କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
20ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।
21ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;