23ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।
24ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
25କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
26ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ;
27ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା;