1ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
2“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?
3ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?
4ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।
5କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।