29ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକୁ ଓହଳିବ ନାହିଁ।
30ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ପରମେଶ୍ୱରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।
31ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।
32ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ।
33ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।