31ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।
32ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ।
33ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।
34କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ।
35ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।”