5କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।
6ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।
7ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?
8ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ?
9ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?