11ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି।
12ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି।
13ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି।
14ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି।
15ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।