15ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।
16ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଚ୍ଛାୟା ମୋʼ ଚକ୍ଷୁର ପତା ଉପରେ ଅଛି।
17ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ।
18ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମ-ସ୍ଥାନ ନ ପାଉ।
19ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି।