ଆୟୁବ 16

“ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ।

Job 16:2 (UKJV) I have heard many such things: miserable comforters are all of you all.

1ଏଥିରେ ଆୟୁବ ଉତ୍ତର କରି କହିଲା,

2“ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ।

3ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି?

4ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.