ଆୟୁବ 16

ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;

Job 16:20 (UKJV) My friends scorn me: but mine eye pours out tears unto God.

18ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମ-ସ୍ଥାନ ନ ପାଉ।

19ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି।

20ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;

21ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ।

22କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.