4ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।
5ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା।
6ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ ମୋହର ଆରାମ ହୁଏ ନାହିଁ।
7ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ।
8ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ।