7ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ।
8ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ।
9ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି।
10ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି।
11ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି।