10ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।
11ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।
12ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।
13ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;
14ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’