12ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।
13ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;
14ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’
15ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
16ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।”