1ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି।
2ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି।
3ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?
4କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।
5ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।