4କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।
5ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।
6ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।
7ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।
8ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।