ଆୟୁବ 17

ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।

Job 17:8 (UKJV) Upright men shall be astonished at this, and the innocent shall stir up himself against the hypocrite.

6ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।

7ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।

8ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।

9ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।

10ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.