13ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ।
14ସେ ଆପଣା ବିଶ୍ୱାସ-ସ୍ଥଳରୂପ ତମ୍ବୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ।
15ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।
16ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।
17ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।