ଆୟୁବ 18

ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।

Job 18:17 (UKJV) His remembrance shall perish from the earth, and he shall have no name in the street.

15ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ବୁରେ ବାସ କରିବ, ତାହାର ନିବାସ ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ।

16ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।

17ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ।

18ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ।

19ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ ସ୍ଥାନରେ କେହି ରହିବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.