ଆୟୁବ 18

ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ?

Job 18:3 (UKJV) Wherefore are we counted as beasts, and reputed vile in your sight?

1ଏଥିଉତ୍ତାରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ?

2“ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।

3ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ?

4କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ୱ ସ୍ଥାନରୁ ଦୂରୀକୃତ ହେବ?

5ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.