4କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ୱ ସ୍ଥାନରୁ ଦୂରୀକୃତ ହେବ?
5ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ।
6ତାହାର ତମ୍ବୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ।
7ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ।
8ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।