8ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି।
9ସେ ମୋʼ ଗୌରବ-ବସ୍ତ୍ର କାଢ଼ି ପକାଇଅଛନ୍ତି ଓ ମୋʼ ମସ୍ତକରୁ ମୁକୁଟ ନେଇଅଛନ୍ତି।
10ସେ ଚାରିଆଡ଼େ ମୋତେ ଭାଙ୍ଗି ପକାଇଅଛନ୍ତି, ମୁଁ ସରିଗଲିଣି ଓ ସେ ମୋହର ଭରସା ବୃକ୍ଷ ପରି ଉତ୍ପାଟନ କରିଅଛନ୍ତି।
11ମଧ୍ୟ ସେ ମୋʼ ବିରୁଦ୍ଧରେ ଆପଣା କ୍ରୋଧ ପ୍ରଜ୍ୱଳିତ କରିଅଛନ୍ତି ଓ ସେ ମୋତେ ଆପଣାର ଜଣେ ବିପକ୍ଷ ପରି ଗଣନା କରନ୍ତି।
12ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ବୁ ଚାରିଆଡ଼େ ଛାଉଣି କରନ୍ତି।