12ତାହାଙ୍କର ସୈନ୍ୟଗଣ ଏକତ୍ର ଆସନ୍ତି ଓ ମୋʼ ବିରୁଦ୍ଧରେ ଆପଣାମାନଙ୍କ ପଥ ପ୍ରସ୍ତୁତ କରନ୍ତି ଓ ମୋʼ ତମ୍ବୁ ଚାରିଆଡ଼େ ଛାଉଣି କରନ୍ତି।
13ସେ ମୋହର ଜ୍ଞାତିମାନଙ୍କୁ ମୋʼ ଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି।
14ମୋʼ କୁଟୁମ୍ବବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି।
15ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି।
16ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ।