15ମୋʼ ଗୃହନିବାସୀମାନେ ଓ ମୋʼ ଦାସୀମାନେ ମୋତେ ଅଜଣା ଲୋକ କରି ଗଣନ୍ତି; ମୁଁ ସେମାନଙ୍କ ଦୃଷ୍ଟିରେ ବିଦେଶୀ ହୋଇଅଛି।
16ମୁଁ ଆପଣା ଦାସକୁ ଡାକିଲେ ଓ ନିଜ ମୁଖରେ ବିନତି କଲେ ହେଁ ସେ ମୋତେ ଉତ୍ତର ଦିଏ ନାହିଁ।
17ମୋʼ ନିଶ୍ୱାସ ମୋʼ ଭାର୍ଯ୍ୟା ପ୍ରତି ଓ ମୋʼ ନିବେଦନ ମୋʼ ସହୋଦର ପ୍ରତି ଘୃଣିତ।
18ବାଳକମାନେ ମଧ୍ୟ ମୋତେ ଅବଜ୍ଞା କରନ୍ତି; ମୁଁ ଉଠିଲେ, ସେମାନେ ମୋʼ ବିରୁଦ୍ଧରେ କଥା କହନ୍ତି।
19ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି।