1ଏଥିରେ ଆୟୁବ ଉତ୍ତର କରି କହିଲା,
2“ତୁମ୍ଭେମାନେ କେତେ କାଳ ମୋʼ ପ୍ରାଣକୁ ବିରକ୍ତ କରିବ ଓ କଥାରେ ମୋତେ ଖଣ୍ଡ ଖଣ୍ଡ କରି ଭାଙ୍ଗିବ?
3ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।
4ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ।