19ମୋହର ସୁହୃଦମାନେ ମୋତେ ଘୃଣା କରନ୍ତି ଓ ଯେଉଁମାନଙ୍କୁ ମୁଁ ସ୍ନେହ କଲି, ସେମାନେ ମୋହର ବିରୁଦ୍ଧ ହୋଇଅଛନ୍ତି।
20ମୋʼ ମାଂସ ଓ ଚର୍ମରେ ମୋହର ଅସ୍ଥି ଲାଗି ଯାଇଅଛି ଓ ମୁଁ ଚର୍ମାବଶିଷ୍ଟଦନ୍ତ ହୋଇ ବଞ୍ଚିଅଛି।
21ହେ ମୋହର ମିତ୍ରମାନେ, ମୋʼ ପ୍ରତି ଦୟା କର, ମୋʼ ପ୍ରତି ଦୟା କର; କାରଣ ପରମେଶ୍ୱରଙ୍କ ହସ୍ତ ମୋତେ ସ୍ପର୍ଶ କରିଅଛି।
22ପରମେଶ୍ୱରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ?
23ଆହା, ଏବେ ମୋʼ କଥାସବୁ ଯେବେ ଲେଖାଯାʼନ୍ତା! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତା!