22ପରମେଶ୍ୱରଙ୍କ ପରି ତୁମ୍ଭେମାନେ କାହିଁକି ମୋତେ ତାଡ଼ନା କରୁଅଛ ଓ ମୋʼ ମାଂସରେ ତୃପ୍ତ ହେଉ ନାହଁ?
23ଆହା, ଏବେ ମୋʼ କଥାସବୁ ଯେବେ ଲେଖାଯାʼନ୍ତା! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତା!
24ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!
25ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
26ପୁଣି, ମୋହର ଚର୍ମ ଏହିରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;