24ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!
25ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
26ପୁଣି, ମୋହର ଚର୍ମ ଏହିରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
27ମୁଁ ତାହାଙ୍କୁ ଆପଣାର ସପକ୍ଷ ଦେଖିବି, ମୋହର ଚକ୍ଷୁ ତାହାଙ୍କୁ ଦେଖିବ, ଅନ୍ୟ ନୁହେଁ। ବକ୍ଷ ମଧ୍ୟରେ ମୋହର ହୃଦୟ କ୍ଷୀଣ ହେଉଅଛି।
28ମୋʼ ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା?