4ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ।
5ଯଦି ତୁମ୍ଭେମାନେ ନିତାନ୍ତ ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ;
6ତେବେ ଜାଣ ଯେ, ପରମେଶ୍ୱର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି।
7ଦେଖ, ମୁଁ ଅନ୍ୟାୟପ୍ରଯୁକ୍ତ କ୍ରନ୍ଦନ କରେ, ମାତ୍ର ତାହା ଶୁଣାଯାଉ ନାହିଁ; ମୁଁ ସାହାଯ୍ୟ ନିମନ୍ତେ ଆର୍ତ୍ତନାଦ କରେ, ମାତ୍ର କିଛି ବିଚାର ହୁଏ ନାହିଁ।
8ସେ ମୋʼ ପଥ ରୁଦ୍ଧ କରିଅଛନ୍ତି, ତହୁଁ ମୁଁ ଯାଇ ନ ପାରେ ଓ ମୋହର ପଥ ଅନ୍ଧକାରମୟ କରିଅଛନ୍ତି।