ଆୟୁବ 2

ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।

Job 2:13 (UKJV) So they sat down with him upon the ground seven days and seven nights, and none spoke a word unto him: for they saw that his grief was very great.

11ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ।

12ଏଉତ୍ତାରେ ସେମାନେ ଦୂରରୁ ଅନାଇ ତାହାକୁ ଚିହ୍ନି ନ ପାରି ଉଚ୍ଚସ୍ୱରରେ ରୋଦନ କଲେ; ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ବସ୍ତ୍ର ଚିରି ଆକାଶ ଆଡ଼େ ଆପଣା ଆପଣା ମସ୍ତକ ଉପରେ ଧୂଳି ବିଞ୍ଚିଲେ।

13ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.