ଆୟୁବ 2

ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”

Job 2:3 (UKJV) And the LORD said unto Satan, Have you considered my servant Job, that there is none like him in the earth, a perfect and an upright man, one that fears God, and turns away from evil? and still he holds fast his integrity, although you moved me against him, to destroy him without cause.

1ପୁନର୍ବାର ଦିନକରେ ପରମେଶ୍ୱରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆସିଲା।

2ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”

3ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”

4ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।

5ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.