5ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”
6ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”
7ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।
8ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।
9ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”