7ଏଉତ୍ତାରେ ଶୟତାନ ସଦାପ୍ରଭୁଙ୍କ ଛାମୁରୁ ବାହାରିଯାଇ ଆୟୁବର ତଳିପାରୁ ମସ୍ତକ ପର୍ଯ୍ୟନ୍ତ ଯନ୍ତ୍ରଣାଦାୟକ ଘାଆରେ ତାହାକୁ ଆଘାତ କଲା।
8ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।
9ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”
10ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।
11ଆୟୁବ ପ୍ରତି ଘଟିତ ଏହିସବୁ ବିପଦର କଥା ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ନାମରେ ତାହାର ଏହି ତିନି ମିତ୍ର ଶୁଣି ସ୍ୱ ସ୍ୱ ସ୍ଥାନରୁ ଆସିଲେ; ପୁଣି, ସେମାନେ ତାହା ସଙ୍ଗେ ଶୋକ କରିବା ପାଇଁ ଓ ତାହାକୁ ସାନ୍ତ୍ୱନା କରିବା ପାଇଁ ଆସିବାକୁ ଏକତ୍ର ସ୍ଥିର କଲେ।