ଆୟୁବ 20

ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।

Job 20:14 (UKJV) Yet his food in his bowels is turned, it is the gall of asps within him.

12ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;

13ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;

14ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।

15ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।

16ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.