13ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;
14ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।
15ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।
16ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ।
17ସେ ନଦୀମାନ, ଅର୍ଥାତ୍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ।