16ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ।
17ସେ ନଦୀମାନ, ଅର୍ଥାତ୍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ।
18ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ।
19କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ।
20ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ, ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ।