ଆୟୁବ 20

ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ।

Job 20:24 (UKJV) He shall flee from the iron weapon, and the bow of steel shall strike him through.

22ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ।

23ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ।

24ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ।

25ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ।

26ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.