25ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ।
26ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ।
27ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ।
28ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, ପରମେଶ୍ୱରଙ୍କ କ୍ରୋଧର ଦିନରେ ତାହାର ସର୍ବସ୍ୱ ବହିଯିବ।
29ପରମେଶ୍ୱରଙ୍କଠାରୁ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର।”