2“ଏଥିପାଇଁ ମୋର ଅନ୍ତରସ୍ଥ ଚଞ୍ଚଳତା ସକାଶୁ ମୋହର ଚିନ୍ତା ମୋତେ ଉତ୍ତର ଦିଏ।
3ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ।
4ତୁମ୍ଭେ କʼଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ
5ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?
6ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;