5ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?
6ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;
7ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତକାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ?
8ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।
9ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ।