ଆୟୁବ 20

ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।

Job 20:8 (UKJV) He shall fly away as a dream, and shall not be found: yea, he shall be chased away as a vision of the night.

6ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;

7ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତକାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ?

8ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।

9ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ।

10ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେ ଓ ତାହାର ସନ୍ତାନଗଣ ତାହାର ସମ୍ପତ୍ତି ଫେରାଇ ଦେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.