ଆୟୁବ 21

ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ୱନିରେ ଆନନ୍ଦ କରନ୍ତି।

Job 21:12 (UKJV) They take the timbrel and harp, and rejoice at the sound of the organ.

10ସେମାନଙ୍କ ବୃଷ ସଙ୍ଗମ କରି ନିଷ୍ଫଳ ହୁଏ ନାହିଁ; ସେମାନଙ୍କର ଗାଭୀ ପ୍ରସବ କରେ ଓ ଗର୍ଭପାତ କରେ ନାହିଁ।

11ସେମାନେ ଆପଣା ଆପଣା ବାଳକଗଣକୁ ପଲ ପରି ବାହାରେ ପଠାନ୍ତି ଓ ସେମାନଙ୍କ ସନ୍ତାନଗଣ ନୃତ୍ୟ କରନ୍ତି।

12ସେମାନେ ତବଲା ଓ ବୀଣା ବଜାଇ ଗାନ କରନ୍ତି ଓ ବଂଶୀଧ୍ୱନିରେ ଆନନ୍ଦ କରନ୍ତି।

13ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇଯାʼନ୍ତି।

14ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗ ବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.