13ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇଯାʼନ୍ତି।
14ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗ ବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।
15ସର୍ବଶକ୍ତିମାନ କିଏ ଯେ, ଆମ୍ଭେମାନେ ତାହାଙ୍କର ସେବା କରିବା? ଓ ତାହାଙ୍କ ନିକଟରେ ପ୍ରାର୍ଥନା କଲେ, ଆମ୍ଭେମାନେ କି ଲାଭ ପାଇବା?’
16ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼ ଠାରୁ ଦୂରରେ ଥାଏ।
17କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି?