ଆୟୁବ 21

ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?

Job 21:18 (UKJV) They are as stubble before the wind, and as chaff that the storm carries away.

16ଦେଖ, ସେମାନଙ୍କର ସୁଖ ସମୃଦ୍ଧି ସେମାନଙ୍କ ହସ୍ତରେ ନାହିଁ; ଦୁଷ୍ଟମାନଙ୍କ ମନ୍ତ୍ରଣା ମୋʼ ଠାରୁ ଦୂରରେ ଥାଏ।

17କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି?

18ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?

19ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।

20ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.